ଆଜିର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି। ଆଶାବାଦୀ ହେବେ। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ।

ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ୟ୍ୟଯୁକ୍ତ ହେବେ। ରଣାଙ୍ଗନ ବୀରତ୍ବ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ଧନଲାଭ ହେବ।

ମିଥୁନ: ଦ୍ରବ୍ୟ ଲାଭର ସୂଚନା ମିଳୁଛି। ପଥରୋଧ ହୋଇପାରେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। କଥାବାର୍ତ୍ତାର ମାଧୁର୍ୟ୍ୟରେ ଅନ୍ୟମାନେ ମୋହିତ ହୋଇପାରନ୍ତି। ଜ୍ଞାନ-ଗରିମା, ସାହସୀ ଓ ଗୁଣଜ୍ଞ ହେବେ।

କର୍କଟ: କାର୍ୟ୍ୟଭାର ଲାଘବ ହେବ। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଗୃହ ଓ ଯାନବାହନ ସୁଖ ମିଳିବ।

ସିଂହ: ପରିବେଶ ଆପଣଙ୍କ ପାଇଁ ଲାଭଦାୟକ ହେବ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ସରକାରଙ୍କ କୃପାପାତ୍ର ହେବେ।

କନ୍ୟା: ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ବାରସ୍ଥ ହୋଇପାରନ୍ତି। ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଦ୍ବାନ୍‌ ଓ ସାହସୀ ହେବେ।

ତୁଳା: ଦାୟିତ୍ବରେ ପରିବର୍ତ୍ତନ ଘଟିବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।

ବିଛା: ଅର୍ଜନ କରିଥିବା ପୂର୍ବର ଅଭିଜ୍ଞତା କାର୍ୟ୍ୟରେ ଲଗାଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ କାର୍ୟ୍ୟ କଲେ ସଫଳତା ଅବଶ୍ୟ ମିଳିବ।

ଧନୁ: ବିଭିନ୍ନ କାରଣରୁ ବ୍ୟଥିତ ହୋଇପାରନ୍ତି। ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମକର: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପାଇଁ ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ପତ୍ନୀଙ୍କ ସହାୟତା ମିଳିବ।

କୁମ୍ଭ: ବିପଦକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି। ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବ୍ୟକ୍ତି ବିଶେଷ ଭାବେ ପ୍ରତିଷ୍ଠା ଅର୍ଜନ କରିପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ। କୃଷିକର୍ମ ଉପରେ ଆଲୋକପାତ କରିପାରନ୍ତି।

ମୀନ: ଅଘଟଣ ଘଟିବ। ପୂର୍ବରୁ ସତର୍କ ହେବେ। ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ସ୍ନେହ ରହିବ।


ସେୟାର କରନ୍ତୁ