ଅଫିସରେ କିମ୍ବା ଯେକୌଣସି କର୍ମକ୍ଷେତ୍ରରେ ଦୀର୍ଘ ସମୟ ଧରି ବସି ରହୁଛନ୍ତି କି ?ଏଥିପାଇଁ ହୋଇପାରେ ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ।ଗୋଟିଏ ସ୍ଥାନରେ କିମ୍ବା କମ୍ପ୍ୟୁଟର ସାମ୍ନାରେ ଦୀର୍ଘ ସମୟ ଧରି ବସି ରହିବା ହାର୍ଟ ପାଇଁ କ୍ଷତିକାରକ ହୋଇଥାଏ । ଦୀର୍ଘ ସମୟ ବସି ରହିବା ଫଳରେ ଶରୀରର ବିଭିନ୍ନ ଅଙ୍ଗକୁ ରକ୍ତ ସଂଚାଳନ ଠିକ ଭାବେ ହୋଇନଥାଏ ।ଅଧିକ ସମୟ ବସି ରହିବା ଫଳରେ ଗୋଡର ମାଂସପେଶୀ ଗୁଡିକ ଦୁର୍ବଳ ହୋଇଯାଏ । ହୃଦ ସମ୍ବନ୍ଧୀୟ, ଡାଇବେଟିସ, ମେଦବହୁଳତା, ଉଚ୍ଚ ରକ୍ତଚାପ, ଓଭାରିଆନ କ୍ୟାନସର, କୋଲୋନ କ୍ୟାନସର ଭଳି ସମସ୍ୟା ସୃଷ୍ଟି ହୋଇଥାଏ ଜ୍ଝ ତଥ୍ୟ ଅନୁଯାୟୀ ଯେଉଁମାନେ ଅଧିକ ସମୟ ବସି ରହନ୍ତି ସେମାନଙ୍କ ମଧ୍ୟରେ ହୃଦଘାତର ସମ୍ଭାବନା ୧୪୭ ପ୍ରତିଶତ ଅଧିକ ଥାଏ ଜ୍ଝ ତେବେ ଆମେରିକା ଜର୍ଣ୍ଣାଲ ଅଫ ନର୍ସିଙ୍ଗ ତଥ୍ୟ ଅନୁସାରେ ଅଧିକ ସମୟ ବସିରହି କାମ କରୁଥିବା ପୁରୁଷଙ୍କ ମଧ୍ୟରେ କୋଲୋନ କ୍ୟାନସର ହେବାର ସମ୍ଭାବନା ୨୦ ପ୍ରତିଶତ ଅଧିକ ।
