ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Truthink
ସେୟାର କରନ୍ତୁ

ଭୁବନେଶ୍ୱର : ଉତ୍କଳ ବିଶ୍ବବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲି ଉତ୍ସବକୁ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ସକାଳ 11ଟାରେ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ସାଇଣ୍ଟିଫିକ ଇନଷ୍ଟ୍ରୁମେଂଟ୍ ସେଂଟର ଏବଂ ଇ ପାଠାଗରକୁ ଲୋକାର୍ପଣ କରିଛନ୍ତି । ଏହାସହ କ୍ୟାମ୍ପସର ପାଚେରୀ ନିର୍ମାଣ ପାଇଁ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷାଦାନ ଓ ଶିକ୍ଷା ଗ୍ରହଣ ଏକ ନିରନ୍ତର ପ୍ରକ୍ରିୟା ବୋଲି କହିଛନ୍ତି । ଓଡ଼ିଶା ଶିକ୍ଷାର ବୌଦ୍ଧିକ ବିକାଶର ବାତାବରଣ ପାଇଁ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ଗୋଦାବରୀଶ ମିଶ୍ର ଏବଂପଣ୍ଡିତ ନୀଳକଣ୍ଠ ଦାସଙ୍କ ଦୂରଦୃଷ୍ଟି ଓ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେପକାଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗଚୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ସ୍ଥାନୀୟ ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ ।

ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ 5ଦିନ ଧରି ଚାଲୁ ରହିବ । ଏଥିପାଇଁ କ୍ୟାମ୍ପସ ଭିତରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।


ସେୟାର କରନ୍ତୁ