ଆଜିର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ସୁଯୋଗର ଉପଯୋଗ କରିପାରନ୍ତି। ଶ୍ରମ ସାର୍ଥକ ହୋଇପାରେ। ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି

ବୃଷ: କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶୁଭ କାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।

ମିଥୁନ: ଭଲ ରୋଜଗାର ହେବାର ସୂଚନା ମିଳୁଛି। ଜନ ସଂପର୍କ ବୃଦ୍ଧି ପାଇବ। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ଉପରେ କାନ ଡେରିବେ।

କର୍କଟ: ନିଜ ସମ୍ମାନକୁ ଜଗି ଜଳିବାକୁ ପଡ଼ିବ। ଅନାଦର ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଅର୍ଥ ଟାଣ-ଟୁଣ ରହିବ। କେବଳ ଭାଗ ବ୍ୟବସାୟରେ ସାମାନ୍ୟ ପରିମାଣର ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କ ରହିବେ।

ସିଂହ: ଅନିଶ୍ଚିତତା ଅନୁଭବ କଲେ ବି ଉଦ୍ୟମ ଜାରି ରଖିବେ। ସୁଖକର ଘଟଣା ମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଆନନ୍ଦ ଉପଭୋଗ କରିପାରନ୍ତି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ।

କନ୍ୟା: ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁର ମୁକାବିଲା କରିବେ। ଶେଷରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣପରିଶୋଧ କରି ଚିନ୍ତାମୁକ୍ତ ହେବେ।

ତୁଳା: ଧନ-ସମ୍ପଦ ଲାଭର ସୂଚନା ମିଳୁଛି। ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରେ ପ୍ରଚୁର ଲାଭ ମିଳିବ। ହଠାତ୍‌ କିଛି ଅର୍ଥ ମିଳିପାରେ।

ବିଛା: ଯେକୌଣସି କାର୍ଯ୍ୟ ବରାଦ ହେଲେ ବି; ସେଥିରେ ଉତ୍ସାହ ବୃଦ୍ଧି ପାଇବ। ପରିଶ୍ରମର ମୂଲ୍ୟ ମିଳିବ। କନ୍ୟା ସନ୍ତାନ ଆପଣଙ୍କ ପାଇଁ ଶୁଭଦାୟକ ହେବ। କେତେକ କ୍ଷେତ୍ରରେ ଭୁଲ-ବୁଝାମଣାର ବଶବର୍ତ୍ତୀ ହୋଇପାରନ୍ତି। ତ୍ୟାଗପୁତ ଜୀବନଯାପନ କରିବେ।

ଧନୁ: ସଞ୍ଚୟର ଉପଯୋଗ କରିପାରନ୍ତି। କଳହଠାରୁ ନିଜକୁ ଦୂରେଇ ରଖିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ସରକାରୀ ସ୍ତରରୁ ଲାଭ ଉଠାଇବେ।

ମକର: ଖବର ଆପଣଙ୍କ ପାଇଁ ସୁଖକର ହେବ ନାହିଁ। ତଥାପି ଭାଗ୍ୟର ପରିବର୍ତ୍ତନ ଆଶାକରାଯାଏ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି। ପରିବେଶ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ। ଏକ ପତ୍ନୀ ବ୍ରତ ଆଚରଣ କରିପାରନ୍ତି। ଅଶାନ୍ତି ଦୂର ହୋଇପାରେ।

କୁମ୍ଭ: ଧର୍ମ-ଧାରଣା ଆପଣଙ୍କୁ ବିଜୟ ସୂଚନା ପ୍ରଦାନ କରିବ। ଉଚ୍ଚ ଆଶା ପୂରଣ ହୋଇପାରେ। ଭଲ ଆୟ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ଉତ୍ତମ ଭୋଜନ ମିଳିବ। ନୂଆବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ। ସୁଖଭୋଗ କରିପାରନ୍ତି।

ମୀନ: ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ। ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଭଲ। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ। ମିଠା କଥାରେ ପରକୁ ନିଜର କରିବେ।


ସେୟାର କରନ୍ତୁ