ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଊଣା ହେବ ନାହିଁ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ। ଧନ-ସମ୍ପଦ ବୃଦ୍ଧି ହେବ।
ବୃଷ: ରାଜନୀତି ଆଡକୁ ମନ ବଳାଇ ପାରନ୍ତି। କାର୍ଯ୍ୟରେ ବାଧା ଉପୁଜିପାରେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜ୍ଞାନ ଗରିମାଯୁକ୍ତ ହେବେ। ସାହସୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
ମିଥୁନ: ଉଚ୍ଚଆଶା ଫଳବତୀ ହେବ। ରୋଜଗାର ଅଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।
କର୍କଟ: ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି। ପରିଶ୍ରମର ମୂଲ୍ୟାଙ୍କନ ହେବ। ନିଜ ବଂଶର ମୁଖପାତ୍ର ହୋଇପାରନ୍ତି। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ହେବେ। ବ୍ୟବସାୟରୁ ଲାଭ ମିଳିବ। ଯଶସ୍ୱୀ ହେବେ।
ସିଂହ: କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ।
କନ୍ୟା: ଗୃହ ଉପକରଣ ସଂଗ୍ରହ କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଈର୍ଷା ପରାୟଣ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ।
ତୁଳା: କାର୍ଯ୍ୟକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ। ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ମନ, ପ୍ରାଣ ଢ଼ାଳି ଦେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ସହାୟତା ଓ ପରାମର୍ଶରେ ଆଗକୁ ବଢ଼ିବେ।
ବିଛା: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ।
ଧନୁ: ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି। ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।
ମକର: ଯେକୌଣସି ପରୀକ୍ଷାର ସମ୍ମୁଖୀନ ହେଲେ ବି; ସେଥିରେ ସଫଳତା ଲାଭ କରିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ।
କୁମ୍ଭ: ସାମୁହିକ କାର୍ଯ୍ୟରେ ଆଗେଇବେ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କଠାରୁ ଆଦର ମିଳିବ।
ମୀନ: ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଏକ ପତ୍ନୀ ବ୍ରତଧାରୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟରୁ ଅଧିକ ଧନଲାଭ ହେବ। ସୁଖୀ ହେବେ।