ଶନିବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ରୋଜଗାର ପାଇଁ ବାତାବରଣ ଅନୁକୂଳ ରହିଛି। ପରୋପକାରୀ ହୋଇପାରନ୍ତି। ବଂଶର ଭବିଷ୍ୟତକୁ ଉଳମୟ କରିବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ସୁସ୍ଥ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ବୃଷ: ଆୟରେ ଉନ୍ନତି ଘଟିବ। କାର୍ଯ୍ୟ ବ୍ୟସ୍ତ ବହୁଳ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ମିଥୁନ: କାର୍ଯ୍ୟରେ ବିଘ୍ନ ଘଟିପାରେ; ତଥାପି ଆମୋଦ-ପ୍ରମୋଦରେ ସମୟ ବିତାଇବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅନଟନର ସମ୍ମୁଖୀନ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ।
କର୍କଟ: ମୂଲ୍ୟବାନ୍‌ ଧାତୁ ପଦାର୍ଥ ମିଳିପାରେ। ବନ୍ଧୁ ସହଯୋଗ ପାଇ ବିଶେଷ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହୋଇପାରନ୍ତି।
ସିଂହ: କର୍ମକ୍ଷେତ୍ରରେ ବିଚଳିତ ହୋଇପାରନ୍ତି। ଅହଂ ମନୋଭାବ ପୋଷଣ କରିବେ। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ଭାବ ରହିବ। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶରୀର ସୁସ୍ଥ ରହିବ। ଶକ୍ତିମାନ୍‌ ହୋଇପାରନ୍ତି। ଶତ୍ରୁହନ୍ତା ହେବେ।
କନ୍ୟା: ପାରିବାରିକ ସମସ୍ୟା ଦେଖାଦେଇ ପାରେ। ଜନୈକା ମହିଳାଙ୍କ ଦ୍ବାରା ଉପକୃତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଅର୍ଥ ମିଳିବ।
ତୁଳା: ଯାତ୍ରାଜନିତ ସମସ୍ୟା ଦେଖାଦେଇପାରେ। ମାନ-ମନାନ୍ତର ଘଟିପାରେ। ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ।
ବିଛା: ଭ୍ରାତୃ ବିବାଦର ଅବସାଦ ଘଟିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ।
ଧନୁ: ଅପ୍ରିୟ ପରିସ୍ଥିତିରୁ ଉଧୁରି ଯିବେ। କର୍ମକ୍ଷେତ୍ର ଉତ୍ସାହଜନକ ହେବ। ପରମ ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଏକପତ୍ନୀ ବ୍ରତଧାରୀ ହେବେ। ମିତ୍ର ସୁଖ ମିଳିବ।
ମକର: ଆର୍ଥିକ ଅନଟନ ଦୂରୀଭୂତ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।
କୁମ୍ଭ: ବହୁ କ୍ଷେତ୍ରରେ ସଫଳତା ଲାଭ କରିବେ। କେତେକ କ୍ଷେତ୍ରରେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମଧୁରଭାଷା ବ୍ୟବହାର କରି ଅଧସ୍ତନମାନଙ୍କର ମନ କିଣିବେ। ଖର୍ଚ୍ଚାନ୍ତ ହେବେ।
ମୀନ: ଭବିଷ୍ୟତ ପାଇଁ କାର୍ଯ୍ୟ ପନ୍ଥା ସ୍ଥିର କରିବେ। ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇ, ଧନ ପ୍ରାପ୍ତ ହେବେ।


ସେୟାର କରନ୍ତୁ