ମଙ୍ଗଳବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଆଶାବାଦୀ ହୋଇପାରନ୍ତି। ପରମ ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଏକ ପତ୍ନୀ ବ୍ରତଧାରୀ ହେବେ। ମିତ୍ର ସୁଖ ମିଳିବ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଐଶ୍ବର୍ଯ୍ୟଯୁକ୍ତ ହେବେ। ବ୍ୟବସାୟୀମୁଖୀ ହେବେ। ଯୁଦ୍ଧ ଅଥବା ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନ-ସମ୍ପଦ ଭରପୂର ରହିବ। ସ୍ବାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ଉନ୍ନତମାନର ହେବ।
ମିଥୁନ: ଧୈର୍ଯ୍ୟହାନି ଘଟିପାରେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଏକାନ୍ତ ପ୍ରିୟ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ମଧୁର ସମ୍ଭାଷଣରେ ବିରୋଧୀଙ୍କୁ ବଶ କରିବେ।
କର୍କଟ: ଆୟ ଯଥେଷ୍ଟ ପରିମାଣର ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ସୁଖ ମିଳିବ।
ସିଂହ: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସୁଖ ମିଳିବ।
କନ୍ୟା: ସେବା କାର୍ଯ୍ୟରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ତୁଳା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତର୍କତା’ର ସହ ଜଳଯାତ୍ରା କରିବାକୁ ପଡ଼ିବ।
ବିଛା: ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। କାର୍ଯ୍ୟରେ ଜ୍ଞାନ-ଗରିମା ପ୍ରୟୋଗ କରି, ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିଲେ ସଫଳତା ମିଳିବ।
ଧନୁ: ବେଳେ ବେଳେ ନିଜକୁ ଅସହାୟ ମନେ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଶକ୍ତିମାନ୍‌ ହେବେ। ଶତ୍ରୁ ନିପାତ କରି ଆଶ୍ବସ୍ତ ହେବେ।
ମକର: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ।
କୁମ୍ଭ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି ଉତ୍ପାଦନ ପାଇଁ ପରାମର୍ଶ ଦେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‌ ହେବା ଆଶାକରାଯାଏ।
ମୀନ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ। ଧାର୍ମିକ ହେବେ। ବନ୍ଧୁପ୍ରେମୀ ଓ ବିଦ୍ବାନ ହୋଇପାରନ୍ତି।


ସେୟାର କରନ୍ତୁ