ଶନିବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳପ୍ରତି ଓ ବୁଦ୍ଧିମାନର କାର୍ଯ୍ୟ କରିବେ।

ବୃଷ: ସଙ୍ଗଠନକୁ ସୁଦୃଢ଼ କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃସ୍ନେହ ରହିବ।

ମିଥୁନ: ଆଳସ୍ୟ ଅନୁଭବ କରିପାରନ୍ତି। ଭାଗ୍ୟଶାଳୀ ହେବେ। ବ୍ୟକ୍ତି ବିଶେଷ ଭାବେ ସାମାଜିକ କ୍ଷେତ୍ରରେ ପରିଗଣିତ ହେବେ। ପରଦେଶବାସୀ, ମଧୁରଭାଷୀ ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଏକପତ୍ନୀବ୍ରତୀ ସହ ମିତ୍ର ସ୍ନେହୀ ହେବେ।

କର୍କଟ: ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିବେ। ବଳଶାଳୀ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ। ରଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇ ପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।

ସିଂହ: କାର୍ଯ୍ୟ କ୍ଷେତ୍ରରେ ନିରୁତ୍ସାହ ହୋଇପାରନ୍ତି। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଛଳନାପୂର୍ଣ୍ଣ ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ। ରାଜଯୋଗ ଅଛି। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି।

କନ୍ୟା: ସ୍ୱଳ୍ପ ଆୟ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ମିଳିବ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ।

ତୁଳା: ପରିଶ୍ରମ ଯେତେ ଅଧିକ ହେଉ ନା କାହିଁକି, ତା’ର ମୂଲ୍ୟ ମିଳିବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରକ ସ୍ନେହ ରହିବ।

ବିଛା: ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଉଦ୍ୟୋଗୀ ହେବାର ସୂଚନା ମିଳୁଛି।

ଧନୁ: କୌଣସି କାରଣକୁ ନେଇ ଅସୁଖୀ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା କରିବା ଅନୁଚିତ ହେବ।

ମକର: ବହୁମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇବେ। ମନରେ ଅହଂଭାବ ଉଦ୍ରେକ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବା ଆଶାକରାଯାଏ। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ।

କୁମ୍ଭ: ସ୍ୱଚ୍ଛ ଓ ସମୟ ଉପଯୋଗୀ କାର୍ଯ୍ୟ ପାଇଁ ଗର୍ବିତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‍ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହୋଇପାରେ। ସାମାନ୍ୟ ଚକ୍ଷୁପୀଡ଼ା ହେବ।

ମୀନ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଫଳ ସପକ୍ଷରେ ଯାଇପାରେ। ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମଳିବ।


ସେୟାର କରନ୍ତୁ