ଗୁରବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: କାର୍ଯ୍ୟରେ ସଫଳତା ଲାଭ କରିବେ; ମାତ୍ର ବିଳମ୍ବରେ ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ବିିଦ୍ୱାନ୍‍ ଓ ସାହସୀ ହେବେ।

ବୃଷ: ବୁଝି ବିଚାରି କାର୍ଯ୍ୟ କଲେ ପ୍ରମାଦହୀନ ହେବେ। ମନରେ ଗର୍ବଭାବ ବହନ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଉଚ୍ଚସ୍ଥାନ ଆରୋହଣ ମନା।

ମିଥୁନ: ହାତଛଡ଼ା ଦ୍ରବ୍ୟ ପାଇବାକୁ ହେଲେ ବଳ ପ୍ରୟୋଗ କରିବାକୁ ପଡ଼ିବ। ବନ୍ଧୁ ମିଳନ ଘଟିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ମନରେ ଅହଂଭାବ ଜାଗ୍ରତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ଉପଦେଶ ଫଳପ୍ରଦ ହେବ।

କର୍କଟ: ଦିନ ଭିତରେ ଶୁଭ ସମୟ ଦେଖି କାର୍ଯ୍ୟ କଲେ କାହା ଉପରେ ନିର୍ଭରଶୀଳ ନହୋଇ ସ୍ୱାଧୀନ ମତରେ କାର୍ଯ୍ୟ କରିବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ମିଳିବ।

ସିଂହ: କାର୍ଯ୍ୟ ବିଳମ୍ବିତ ହେଲେ ପଶ୍ଚାତାପ କରିବାକୁ ପଡ଼ିବ। ବିଚାର ବିମର୍ଷ କରି କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ।

କନ୍ୟା: ଧୀର, ସ୍ଥିର ଭାବେ କାର୍ଯ୍ୟରେ ଆଗେଇବେ। ଲାଗି ରହିଥିବା ବିବାଦର ସୁ ସମାଧାନ ହେବ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ମଧୁରଭାଷୀ ହୋଇପାରନ୍ତି। କୃଷି କର୍ମକାରୀ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। ବୁଦ୍ଧିମାନ୍‍ ହୋଇପାରନ୍ତି।

ତୁଳା: ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଘାତଚନ୍ଦ୍ର ଯୋଗୁ ସାବଧାନତାର ସହ ଚଳିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର ମିଳିବ।

ବିଛା: ଅର୍ଥ ପାଇଁ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇପାରନ୍ତି। ଅବଶେଷରେ ଧନ ମିଳିବ। ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ଧନୁ: ଗୁରୁ କଲ୍ୟାଣ ପାଇ କାର୍ଯ୍ୟରେ ସଫଳ ହେବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ମାନର ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବୀରତ୍ୱ ପ୍ରକାଶ ପାଇବ।

ମକର: ଅଧିକ ବ୍ୟୟ ଯୋଗୁଁ ମୁଣ୍ଡ ଘୁରିଯିବ। ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷାରେ ପରକୁ ଆପଣାର କରିବେ।

କୁମ୍ଭ: ଘାତଚନ୍ଦ୍ର ପାଇଁ ଦେବଦେବ ମହାଦେବଙ୍କ ଦର୍ଶନ କରିବାକୁ ପଡ଼ିବ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।

ମୀନ: କାର୍ଯ୍ୟକୁ କରାୟତ୍ତ କରିପାରନ୍ତି। ଶ୍ରମ ଅଧିକ ହେଲେ ବି ତାର ମୂଲ୍ୟ ମିଳିବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ-ସଦିଚ୍ଛା ରହିବ।


ସେୟାର କରନ୍ତୁ