ଶୁକ୍ରବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆୟ ବୃଦ୍ଧିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ଚିନ୍ତାଧାରା ଉନ୍ନତ ମାନର ହେବ।
ବୃଷ: ବ୍ୟୟାଧିକ ହୋଇପାରେ। ଗତିରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳମନା ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ଅଧସ୍ତନମାନଙ୍କର ମନ ନେଇ ପାରନ୍ତି। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।
ମିଥୁନ: ବହୁ ଶୁଭ ଯୋଗଅଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳମନା ହେବେ। ସରକାରୀ ସ୍ତରରେ ସମ୍ମାନିତ ହୋଇ ଅର୍ଥ ପ୍ରାପ୍ତ ହେବେ। କରିତ୍‌କର୍ମା ହୋଇପାରନ୍ତି।
କର୍କଟ: ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ, ମମତା ରହିବ।
ସିଂହ: ଦାନ-ଧର୍ମରେ ଦୀକ୍ଷିତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ସେବା-ପୂଜାରେ ନିଜକୁ ନିୟୋଜିତ ରଖିବେ। ଭଲ କାର୍ଯ୍ୟ କରିବାକୁ ଯାଇ ମନ୍ଦ ଫଳ ପାଇବେ। ସ୍ବାଭିମାନୀ ହୋଇପାରନ୍ତି। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିପାରନ୍ତି। ସତର୍କତାର ଦିନ।
ତୁଳା: ମିତ୍ରତା ବୃଦ୍ଧି ହେବ। ବ୍ୟବସାୟରେ ଲାଭବାନ୍‌ ହେବେ। ସେବା ମନୋଭାବ ଗ୍ରହଣ କରିପାରନ୍ତି। ସାମୟିକ ଭାବେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।
ବିଛା: ଚକ୍ଷୁରେ ପୀଡ଼ା ଉପୁଜି ପାରେ। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶକ୍ତିମାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାର ଲାଭ ପାଇବେ। ସୁଖଭୋଗ କରିବେ।
ଧନୁ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳମନା ହୋଇପାରନ୍ତି। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।
ମକର: ସତର୍କ ରହିବେ। କାରଣ ଚୌରଭୟ ଅଛି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ। କୃଷି କର୍ମକାରୀ ହେବେ। ଜଳପ୍ରେମୀ ହେବେ।
କୁମ୍ଭ: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇ ପାରନ୍ତି।
ମୀନ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିବେ। ବ୍ୟବସାୟ ଲାଭଦାୟକ ହେବ। ଯାନବାହନ ସୁଖ ମିଳିପାରେ।


ସେୟାର କରନ୍ତୁ