ଶନିବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଆନନ୍ଦ ଉପଭୋଗ କରିବେ। ଉତ୍ତମ ଭୋଜନରେ ଆପ୍ୟିତ ହେବେ। ପତ୍ନୀଙ୍କ ସହାୟତା ମିଳିବ।
ବୃଷ: ଉତ୍ତମ ବନ୍ଧୁ ଲାଭର ସମୟ ଉପସ୍ଥିତ। ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଆନନ୍ଦରେ ଅଧୀର ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିବେ।
ମିଥୁନ: ଅଧ୍ୟୟନରତ ହେବେ। ବିଭିନ୍ନ ଦିଗରୁ ଅର୍ଥପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ଶୁଭଖବର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଦୁଃସାହସିକ କାର୍ଯ୍ୟ କରି ପୁରସ୍କୃତ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।
କର୍କଟ: ବାଦ ବିବାଦରେ ବିଜୟୀ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଧର୍ମମତି ହେବେ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ପରିଶ୍ରମର ମୂଲ୍ୟ ମିଳିବ। ଯାନବାହନ ସୁଖ ମିଳିପାରେ। ଆତ୍ମ ନିର୍ଭରଶୀଳ ହେବେ।
ସିଂହ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରାହିଛି। ଭଗବତ୍‍ ଚିନ୍ତାରେ ମଗ୍ନ ହୋଇପାରନ୍ତି। ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ସୃଷ୍ଟି ହୋଇଛି। ଅଶାନ୍ତିର ଉପଶମ ହେବ। ସରକାରୀ ଲାଭ ମିଳିବ।
କନ୍ୟା: ବିଭାଗୀୟ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଭାଗ୍ୟର ପରିବର୍ତ୍ତନ ଘଟିବ। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିିବ। ଧନରତ୍ନ ମିଳିବାର ସୂଚନା ମିଳୁଛି। ସହିଷ୍ଣୁ ହେବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ରୋଜଗାରର ମାତ୍ରା ବୃଦ୍ଧି ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।
ବିଛା: କାର୍ଯ୍ୟ ବ୍ୟସ୍ତ ରହିବେ। ଉଚ୍ଚଆଶା ଫଳବତୀ ହେବ। ମର୍ଯ୍ୟାଦା ରକ୍ଷା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ସବୁଠୁଁ ଭଲ। ପରାକ୍ରମଶାଳୀ ହେବେ। କର୍ମକ୍ଷେତ୍ରରେ ଅଧିପତି ହେବା ଆଶା କରାଯାଏ।
ଧନୁ: ସୁସମ୍ବାଦ ପାଖ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସବୁ ବାଧା-ବିଘ୍ନକୁ ଏଡ଼ାଇ ସରକାରୀ କୃପା ଲାଭ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‍କର୍ମା ହେବେ।
ମକର: ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସମ୍ବାଦ ପାଇ ଉତ୍‍ଫୁଲ୍ଲିତ ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶ୍ରମ ସାର୍ଥକ ହୋଇପାରେ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ବିବାଦରେ ବିଜୟୀ ହେବେ।
କୁମ୍ଭ: ଆଲୋଚନା ସୌଜନ୍ୟପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦିନଟି ମଧ୍ୟମ ଧରଣର। ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ।
ମୀନ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସଂପାଦନ କରିପାରନ୍ତି। ଯଶସ୍ୱୀ ହୋଇପାରନ୍ତି। ବିଜୟୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ।


ସେୟାର କରନ୍ତୁ