ରାଜ୍ୟରେ 90 ଜଣ ସୁସ୍ଥ ହେଲେ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 977

Truthink
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 90 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ବର୍ତମାନ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା 977ରେ ପହଞ୍ଚିଛି । ଆଜିର ଏହି କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଗତସିଂହପୁର 23 ଜଣ,ଯାଜପୁରରୁ 22 ଜଣ, ଭଦ୍ରକରୁ 21 ଜଣ, ଗଞ୍ଜାମ 15, କଟକରୁ 3 ଜଣ, ଖୋର୍ଦ୍ଧାରୁ 2 ଜଣ, ସମ୍ବଲପୁରରୁ 2ଜଣ ଏବଂ ବାଲେଶ୍ୱର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।


ସେୟାର କରନ୍ତୁ