ରାଜ୍ୟରେ 218 କରୋନା ପଜିଟିଭ ଚି଼ହ୍ନଟ, ମୋଟ ସଂଖ୍ୟା 6180

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣର କେସ ଥମିବାର ନାଁ ଧରୁନାହିଁ । ରାଜ୍ୟରେ ପୁଣି 218 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି 218 ନୂତନ କରୋନା ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 6180ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 198 ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ 20 ଜଣ ସ୍ଥାନୀୟ ବାସିନ୍ଦା ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦିଆଯାଇଛି ।

ତେବେ ଏହି ଚିହ୍ନଟ ହୋଇଥିବା 218 ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ 17 ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ 49 ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ 5 ଜଣ, ଜଗତସିଂହପୁର ଜିଲ୍ଲାରୁ 29 ଜଣ, ଭଦ୍ରକ ଜିଲ୍ଲାରୁ 25 ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ 2 ଜଣ, ଝାରସୁଗୁଡା ଜିଲ୍ଲାରୁ 4 ଜଣ, କେନ୍ଦୁଝର ଜିଲ୍ଲାରୁ 2 ଜଣ, ଯାଜପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ 10 ଜଣ, ଗଜପତି ଜିଲ୍ଲାରୁ 27 ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ 11 ଜଣ, କେନ୍ଦ୍ରାପଡା ଜିଲ୍ଲାରୁ 6 ଜଣ, ସମ୍ବଲପୁର ଜିଲ୍ଲାରୁ 2 ଜଣ, ମୟୁରଭଞ୍ଜ ଜିଲ୍ଲାରୁ 9 ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ 7 ଜଣ ଏବଂ ଅମ୍ଫାନ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା 7 ଜଣ ଏନଡିଆରଏଫ କର୍ମଚାରୀ ରହିଛନ୍ତି ।

ରାଜ୍ୟରେ ଏବେ 6180 ମୋଟ କରୋନା ପଜିଟିଭ କେସ ରହିଛି । ଏମାନଙ୍କ ମଧ୍ୟରୁ 1865 ଆକ୍ଟିଭ କେସ ଏବଂ 4291 ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି 17 ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଅଛି ।


ସେୟାର କରନ୍ତୁ