ରାଜ୍ୟରେ 264 କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା 6614

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ଆଜି ପୁଣି 264ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 6614କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ 30 ଜଣ ସ୍ଥାନୀୟ ସଂକ୍ରମିତ ଏବଂ ଅବଶିଷ୍ଟ 234ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଏହି 264 ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ 76, ଯାଜପୁରରୁ 41, କେନ୍ଦୁଝରରୁ 25, ଝାରସୁଗୁଡ଼ା ଓ ବରଗଡ଼ରୁ 18 ଜଣ ଲେଖାଏଁ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ 15 ଲେଖାଏଁ, ବାଲେଶ୍ବର ଓ କଟକରୁ 12 ଜଣ ଲେଖାଏଁ ଆକ୍ରାନ୍ତ, ପୁରୀରୁ 7, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ 4 ଜଣ ଲେଖାଏଁ , ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗିରରୁ 2 ଜଣ ଲେଖାଏଁ ଏବଂ କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡ଼ା, ଗଜପତି, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 4606 ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା 1980 ରହିଛି । ରାଜ୍ୟରେ 21 ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।


ସେୟାର କରନ୍ତୁ