ରାଜ୍ୟରେ 571 କରୋନା ପଜିଟିଭ ଚି଼ହ୍ନଟ, ମୋଟ ପଜିଟିଭ ସଂଖ୍ୟା 10097

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ରାଜ୍ୟରେ ପୁଣି 571 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10097କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 571 ଜଣଙ୍କ ମଧ୍ୟରୁ 403 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 168 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ତେବେ ନୂତନ ଚିହ୍ନଟ ହୋଇଥିବା 571 ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 273 ଜଣ, ଅନୁଗୁଳ ଜିଲ୍ଲାରୁ 4 ଜଣ, ବାଲେଶ୍ୱର ଜିଲ୍ଲାରୁ 28 ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ 5 ଜଣ, କଟକ ଜିଲ୍ଲାରୁ 29 ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ 56 ଜଣ, ଜଗତସିଂହପୁର ଜିଲ୍ଲାରୁ 17 ଜଣ, ଯାଜପୁର ଜିଲ୍ଲାରୁ 16 ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ 3 ଜଣ, କେନ୍ଦୁଝର ଜିଲ୍ଲାରୁ 7 ଜଣ, ଖୋର୍ଦ୍ଧା ଜିଲ୍ଲାରୁ 37 ଜଣ, ମୟୂରଭଞ୍ଜ ଜିଲ୍ଲାରୁ 14 ଜଣ, ନବରଙ୍ଗପୁର ଜିଲ୍ଲାରୁ 7 ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ 4 ଜଣ, ରାୟଗଡ଼ା ଜିଲ୍ଲାରୁ 10 ଜଣ, ସମ୍ବଲପୁର ଜିଲ୍ଲାରୁ 6 ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ 51 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ 6486 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା 3557 ରହିଛି ।


ସେୟାର କରନ୍ତୁ