ନୂଆଦିଲ୍ଲୀ: କରୋନା ଭାଇରସର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଅଛି । ଦେଶରେ ପ୍ରତିଦିନ ଅଧିକ ସଂଖ୍ୟକ କରୋନା ସଂକ୍ରମଣ ମାମଲା ପଞ୍ଜିକୃତ ହେଉଛି । ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ ପାଖାପାଖି ପହଞ୍ଚି ଯାଇଅଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତାଜା ସଂଖ୍ୟା ମୁତାବକ, ଏପର୍ଯ୍ୟନ୍ତ 9 ଲକ୍ଷ 68 ହଜାର 876 ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି । ଏଥିମଧ୍ୟରୁ 24,915 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଛଅ ଲକ୍ଷ 12 ହଜାର ଲୋକ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି । ପୂର୍ବ 24 ଘଣ୍ଟା ମଧ୍ୟରେ 32 ହଜାର 695 ନୂଆ ମାମଲା ସାମ୍ନାକୁ ଆସିଅଛି ଏବଂ 606 ଜଣଙ୍କର ମୃତ୍ୟୁ ହୋଇଛି ।
କରୋନା ସଂକ୍ରମଣ ସଂଖ୍ୟା ଅନୁଯାୟୀ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ଆମେରିକା ଓ ବ୍ରାଜିଲ ପରେ ଗୋଟିଏ ଦିନରେ ସବୁଠାରୁ ଅଧିକ ମାମଲା ମଧ୍ୟ ଭାରତରେ ଦର୍ଜ କରାଯାଉଛି । କିନ୍ତୁ ଯଦି ଆମେ ପ୍ରତି 10 ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ । ଭାରତ ତୁଳନାରେ ଅଧିକ ମାମଲା ଆମେରିକାରେ (3,615,991), ବ୍ରାଜିଲ (1,970,909) ରେ ଅଛି । ଦେଶରେ କରୋନା ମାମଲାରେ ବୃଦ୍ଧି ହେବାର ଗତି ମଧ୍ୟ ବିଶ୍ୱରେ ତୃତୀୟ ସ୍ଥାନ ରହିଅଛି ।
ଆକ୍ଟିଭ କେସ ମାମଲାରେ ଟପ-5 ରାଜ୍ୟ
ପରିସଂଖ୍ୟାନ ଅନୁଯାୟୀ, ଦେଶରେ ବର୍ତ୍ତମାନ 3 ଲକ୍ଷ 31 ହଜାର କରୋନା ଆକ୍ଟିଭ ମାମଲା ରହିଛି । ସବୁଠାରୁ ବେଶି ସକ୍ରିୟ ମାମଲା ମହାରାଷ୍ଟ୍ରରେ ଅଛି । ମହାରାଷ୍ଟ୍ରରେ ଏକ ଲକ୍ଷରୁ ଅଧିକ ସଂକ୍ରମିତ ଲୋକଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଏହା ପରେ ଦ୍ୱିତୀୟ ନମ୍ବରରେ ତାମିଲନାଡୁ, ତୃତୀୟ ନମ୍ବରରେ ଦିଲ୍ଲୀ, ଚତୁର୍ଥ ନମ୍ବରରେ ଗୁଜରାଟ ଏବଂ ପଞ୍ଚମ ନମ୍ବରରେ ପଶ୍ଚିମବଙ୍ଗ ଅଛି । ଏହି ପାଞ୍ଚ ରାଜ୍ୟରେ ସବୁଠାରୁ ବେଶି ଆକ୍ଟିଭ କେସ ଅଛି । ଆକ୍ଟିଭ କେସ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି, ଅର୍ଥାତ୍ ଭାରତ ହେଉଛି ଏମିତି ଚତୁର୍ଥ ଦେଶ ଯେଉଁଠାରେ ଅଧିକାଂଶ ସଂକ୍ରମିତ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।