Coronavirus: ଦେଶରେ ଗୋଟିଏ ଦିନରେ ପ୍ରଥମ ଥର ଆସିଲା 40 ହଜାରରୁ ବେଶି କେସ, 681 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ : ବର୍ତ୍ତମାନ ଦେଶରେ ମାରାତ୍ମକ କରୋନା ଭାଇରସର ଗତି ତେଜିରେ ଚାଲୁଅଛି । ଗୋଟିଏ ଦିନରେ ମୃତ୍ୟୁ ମାମଲାରେ ଭାରତ ଆଜି ମଧ୍ୟ ଆମେରିକା ପଛରେ ପକାଇଛି । ପୂର୍ବ 24 ଘଣ୍ଟା ମଧ୍ୟରେ ଦେଶରେ 681 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆମେରିକାରେ 392 ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ପୂର୍ବ ଗୋଟିଏ ଦିନରେ 40 ହଜାର 225 ଟି ନୂଆ ମାମଲା ରୁଜୁ ହୋଇଛି, ଯାହାକି ଏପର୍ଯ୍ୟନ୍ତ ଗୋଟିଏ ଦିନରେ ସର୍ବାଧିକ । ଏହା ସହିତ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା 11 ଲକ୍ଷ 18 ହଜାର 43 କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ 3 ଲକ୍ଷ 90 ହଜାର ସକ୍ରିୟ ମାମଲା ଥିବାବେଳେ ସାତ ଲକ୍ଷ 87 ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏପର୍ଯ୍ୟନ୍ତ 27 ହଜାର 497 ଲୋକ ପ୍ରାଣ ହରାଇଛନ୍ତି ।

କରୋନା ସଂକ୍ରମଣ ସଂଖ୍ୟା ହିସାବରେ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ଆମେରିକା, ବ୍ରାଜିଲ ପରେ କରୋନା ମହାମାରୀ ଦ୍ୱାରା ସବୁଠାରୁ ବେଶି ପ୍ରଭାବିତ ଭାରତ ଅଟେ । କିନ୍ତୁ ଯଦି ଆମେ ପ୍ରତି 10 ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ ସ୍ତିତିରେ ରହିଛି । ଆମେରିକାରେ ଭାରତ ଅପେକ୍ଷା ଅଧିକ ମାମଲା (3,896,855), ବ୍ରାଜିଲ (2,099,896) ଅଛି । ଦେଶରେ କରୋନା ମାମଲାରେ ବୃଦ୍ଧି ହେବାର ଗତି ମଧ୍ୟ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି ।

ଆକ୍ଟିଭ କେସ ମାମଲାରେ ଟପ-5 ରାଜ୍ୟ
ସଂଖ୍ୟା ମୁତାବକ ଦେଶରେ ବର୍ତ୍ତମାନ ଚାରି ଲକ୍ଷ କରୋନା ଆକ୍ଟିଭ ମାମଲା ରହିଛି । ସବୁଠାରୁ ବେଶି ସକ୍ରିୟ ମାମଲା ମହାରାଷ୍ଟ୍ରରେ ଅଛି । ମହାରାଷ୍ଟ୍ରରେ ଏକ ଲକ୍ଷରୁ ଅଧିକ ସଂକ୍ରମିତ ଲୋକଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଏହା ପରେ ଦ୍ୱିତୀୟ ନମ୍ବରରେ ତାମିଲନାଡୁ, ତୃତୀୟ ନମ୍ବରରେ କର୍ଣ୍ଣାଟକ, ଚତୁର୍ଥ ନମ୍ବରରେ ଆନ୍ଧ୍ରପ୍ରଦେଶ ଏବଂ ପଞ୍ଚମ ନମ୍ବରରେ ପଶ୍ଚିମବଙ୍ଗ ଅଛି । ଏହି ପାଞ୍ଚ ରାଜ୍ୟରେ ସବୁଠାରୁ ବେଶି ଆକ୍ଟିଭ କେସ ଅଛି । ଆକ୍ଟିଭ କେସ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି, ଅର୍ଥାତ୍ ଭାରତ ହେଉଛି ଏମିତି ଚତୁର୍ଥ ଦେଶ ଯେଉଁଠାରେ ଅଧିକାଂଶ ସଂକ୍ରମିତ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।


ସେୟାର କରନ୍ତୁ