ରାଜ୍ୟରେ 3219 ନୂତନ କରୋନା ମାମଲା ଚିହ୍ନଟ, ମୋଟ ପଜିଟିଭ ସଂଖ୍ୟା 109780କୁ ବୃଦ୍ଧି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ବୁଧବାର ଦିନ ଓଡ଼ିଶାରେ କରୋନା ଭାଇରସ ସଂକ୍ରମଣର 3219 ନୂତନ ରୋଗୀ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା 109780 କୁ ବୃଦ୍ଧି ପାଇଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 3219 ଜଣଙ୍କ ମଧ୍ୟରୁ 1931 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1288 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 109780 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 28443ଟି ଆକ୍ଟିଭ କେସ୍ ରହିଅଛି ଏବଂ 80770 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ