ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ ସଂକ୍ରମଣରେ 3810 ନୂତନ ରୋଗୀ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା 124031କୁ ବୃଦ୍ଧି ପାଇଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 3810 ଜଣଙ୍କ ମଧ୍ୟରୁ 2286 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1524 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଏବେ ରାଜ୍ୟରେ ମୋଟ 124031 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 29658ଟି ଆକ୍ଟିଭ କେସ୍ ରହିଅଛି ଏବଂ 93774 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।