ଭୁବନେଶ୍ୱର: ରାଜ୍ୟରେ କରୋନା ଭାଇରସ ସଂକ୍ରମଣରେ 3861 ନୂତନ ରୋଗୀ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା 127892କୁ ବୃଦ୍ଧି ପାଇଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 3861 ଜଣଙ୍କ ମଧ୍ୟରୁ 2278 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1583 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଏବେ ରାଜ୍ୟରେ ମୋଟ 127892 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 30919ଟି ଆକ୍ଟିଭ କେସ୍ ରହିଅଛି ଏବଂ 96364 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।