ରାଜ୍ୟରେ 3645 କରୋନା ପଜିଟିଭ ଚି଼ହ୍ନଟ, ମୋଟ ପଜିଟିଭ ସଂଖ୍ୟା 158650କୁ ବୃଦ୍ଧି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ଏହି ଭାଇରସ ଦିନକୁ ଦିନ ତାର ପାଦ ପ୍ରସାରିତ କରିବାରେ ଲାଗିଅଛି । ରାଜ୍ୟରେ ପୁଣି 3645 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 158650କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 3645 ଜଣଙ୍କ ମଧ୍ୟରୁ 2151 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1494 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 158650 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 35928ଟି ଆକ୍ଟିଭ କେସ୍ ରହିଅଛି ଏବଂ 122024 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ