ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛନ୍ତି । ରାଜ୍ୟରେ 2275 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 256937କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2275 ଜଣଙ୍କ ମଧ୍ୟରୁ 1318 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 957 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଏବେ ରାଜ୍ୟରେ ମୋଟ 256937 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 25635ଟି ଆକ୍ଟିଭ କେସ୍ ରହିଅଛି ଏବଂ 230192 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।