ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ସୁଧୁରିବାରେ ଲାଗିଅଛି । ରାଜ୍ୟରେ ପୁଣି 407 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 324796କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 407 ଜଣଙ୍କ ମଧ୍ୟରୁ 236 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 171 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଏବେ ରାଜ୍ୟରେ ମୋଟ 324796 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 3073ଟି ଆକ୍ଟିଭ କେସ୍ ରହିଅଛି ଏବଂ 319850 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।