ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ସୁଧୁରିବାରେ ଲାଗିଅଛି । ରାଜ୍ୟରେ ପୁଣି 206 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 331602କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 206 ଜଣଙ୍କ ମଧ୍ୟରୁ 119 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 87 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଏବେ ରାଜ୍ୟରେ ମୋଟ 331602 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 2124ଟି ଆକ୍ଟିଭ କେସ୍ ରହିଅଛି ଏବଂ 327534 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।