ରାଜ୍ୟରେ 138 କରୋନା ପଜିଟିଭ ଚି଼ହ୍ନଟ, ମୋଟ ପଜିଟିଭ ସଂଖ୍ୟା 334667କୁ ବୃଦ୍ଧି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ସୁଧୁରିବାରେ ଲାଗିଅଛି । ରାଜ୍ୟରେ ପୁଣି 138 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 334667କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 138 ଜଣଙ୍କ ମଧ୍ୟରୁ 81 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 57 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 334667 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 1281ଟି ଆକ୍ଟିଭ କେସ୍ ରହିଅଛି ଏବଂ 331427 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ