ନନ୍ଦନକାନନ ବଟାନିକାଲ ଗାର୍ଡେନ ପରିସରରେ ଅଗ୍ନିକାଣ୍ଡ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ନନ୍ଦନକାନନ ବଟାନିକାଲ ଗାର୍ଡେନ ପରିସରରେ ଅଗ୍ନିକାଣ୍ଡ ଘଟିଅଛି । ସୂଚନା ପାଇବା କ୍ଷଣି ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚି ନିଆଁ ଲିଭାଇବାକୁ ଲାଗିଛନ୍ତି । ତେବେ ନିଆଁ ଲାଗିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନାହିଁ ।

ସୂଚନା ମୁତାବକ, ଆଜି ନନ୍ଦନକାନନ ନିକଟରେ ଥିବା ବଟାନିକାଲ ଗାର୍ଡେନ ପରିସରରେ ହଠାତ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଯଆଇଥିଲା । ତେବେ ନିଆଁ ଲାଗିବା ନେଇ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଏହାପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଗାଡ଼ି ପହଞ୍ଚି ସେଠାରେ ନିଆଁ ଲିଭା କାମରେ ଲାଗିଅଛି ।


ସେୟାର କରନ୍ତୁ