କରୋନା ଟୀକାର ପ୍ରଥମ ଡୋଜ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଆଜି ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଟୀକାକରଣ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ସମସ୍ତ ବରିଷ୍ଠ ନାଗରିକ ଟୀକା ନେବାର କାର୍ଯ୍ୟକ୍ରମ ରହିଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ କୋଭିଡ୍-19 ଟିକାର ପ୍ରଥମ ଡୋଜ୍ ନେଇଛନ୍ତି ।

ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ ମୁଁ ଖୁସି ଯେ ମୁଁ ଆଜି କୋଭିଡ-19 ଟିକାର ପ୍ରଥମ ଡୋଜ୍‌ ନେଲି ।’ ଲୋକଙ୍କ ପାଖରେ ଟିକା ପହଞ୍ଚାଇବା ପାଇଁ କାମ କରୁଥିବା ବୈଜ୍ଞାନିକ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ନିକଟରେ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ତେବେ ମାର୍ଚ୍ଚ ପହିଲାରୁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ବରିଷ୍ଠ ନାଗରିକ କରୋନା ଟିକା ନେବାର ବ୍ୟବସ୍ଥା ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋମବାର ଦିନ କରୋନା ଟିକା ନେଇଛନ୍ତି । ପ୍ରଧାନମନ୍ତ୍ରୀ କୋଭାକ୍ସିନ୍ ଟିକା ନେଇଥିବା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି ।


ସେୟାର କରନ୍ତୁ