Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା 62,714 ନୂଆ ମାମଲା, 312 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 62 ହଜାର 714 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 312 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 28 ହଜାର 739 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 62,714
ଏପର୍ଯ୍ୟନ୍ତ ମୋଟ ମାମଲା -1,19,71,624

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 28,739
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,13,23,762

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 312
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,61,552

ମୋଟ ଆକ୍ଟିଭ କେସ- ଚାରି ଲକ୍ଷ 86 ହଜାର 310

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 27 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 24 କୋଟି 09 ଲକ୍ଷ 50 ହଜାର 842 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11,81,289 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ