Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା 68 ହଜାର ନୂଆ ମାମଲା, 291 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 68 ହଜାର 020 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 291 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 32 ହଜାର 231 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 68,020
ଏପର୍ଯ୍ୟନ୍ତ ମୋଟ ମାମଲା -1,20,39,644

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 32,231
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,13,55,993

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 291
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,61,843

ମୋଟ ଆକ୍ଟିଭ କେସ- ପାଞ୍ଚ ଲକ୍ଷ 21 ହଜାର 808

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 28 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 24 କୋଟି 18 ଲକ୍ଷ 64 ହଜାର 161 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 9,13,319 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ