Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା 72 ହଜାର ନୂଆ ମାମଲା, 459 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବା ଦେଖିବାକୁ ମିଳୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 72 ହଜାର 330 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 459 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 40 ହଜାର 382 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 72,330
ଏପର୍ଯ୍ୟନ୍ତ ମୋଟ ମାମଲା -1,22,21,665

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 40,382
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,14,74,683

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 459
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,62,927

ମୋଟ ଆକ୍ଟିଭ କେସ- ପାଞ୍ଚ ଲକ୍ଷ 84 ହଜାର 055

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 31 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 24 କୋଟି 47 ଲକ୍ଷ 98 ହଜାର 621 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ ଏଗାର ଲକ୍ଷ 25 ହଜାର 681 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ