ରାଜ୍ୟରେ 461 କରୋନା ପଜିଟିଭ ଚି଼ହ୍ନଟ, ମୋଟ ପଜିଟିଭ ସଂଖ୍ୟା 341772

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବା ଦେଖିବାକୁ ମିଳୁ ଅଛି । ରାଜ୍ୟରେ ପୁଣି 461 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 341772କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 461 ଜଣଙ୍କ ମଧ୍ୟରୁ 272 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 189 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 341772 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 2586ଟି ଆକ୍ଟିଭ କେସ୍ ରହିଅଛି ଏବଂ 337212 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ