Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 96,982 ନୂଆ ମାମଲା, 446 ଲୋକଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ଏହା ଦିନକୁ ଦିନ ତାର କାୟା ଅଧିକ ମାତ୍ରାରେ ବିସ୍ତାର କରୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 96 ହଜାର 982 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 446 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 50 ହଜାର 143 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 26 ଲକ୍ଷ 86 ହଜାର 049କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 65 ହଜାର 547 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 17 ଲକ୍ଷ 32 ହଜାର 279 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି ସାତ ଲକ୍ଷ 88 ହଜାର 223 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 96,982
ଏପର୍ଯ୍ୟନ୍ତ ମୋଟ ମାମଲା -1,26,86,049

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 50,143
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,17,32,279

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 446
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,65,547

ମୋଟ ଆକ୍ଟିଭ କେସ- ସାତ ଲକ୍ଷ 88 ହଜାର 223

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 25 କୋଟି 02 ଲକ୍ଷ 31 ହଜାର 269 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12,11,612 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ