Coronavirus: 24 ଘଣ୍ଟାରେ ସମ୍ନାକୁ ଆସିଲା 3.32 ଲକ୍ଷ ନୂଆ ମାମଲା, 2263 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ଏହା ଦେଶରେ ଥମିବାର ନାଁ ଧରୁନାହିଁ ବରଂ ହୁ ହୁ ହୋଇ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 32 ହଜାର 730 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 2263 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 93 ହଜାର 279 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 3,32,730
ଏପର୍ଯ୍ୟନ୍ତ ମୋଟ ମାମଲା -1,62,63,695

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 1,93,279
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,36,48,159

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2263
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,86,920

ମୋଟ ଆକ୍ଟିଭ କେସ- ଚବିଶି ଲକ୍ଷ 28 ହଜାର 616

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 22 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 27 କୋଟି 44 ଲକ୍ଷ 45 ହଜାର 653 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 17,40,550 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ