Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 3 ଲକ୍ଷ 86 ହଜାରରୁ ଅଧିକ କେସ, 3498 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ଏହା ଦେଶରେ ଥମିବାର ନାଁ ଧରୁନାହିଁ ବରଂ ହୁ ହୁ ହୋଇ ବଢ଼ିବାରେ ଲାଗିଅଛି । ଏହା ଭିତରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାକୁ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 86 ହଜାର 452 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3498 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 97 ହଜାର 540 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 3,86,452
ଏପର୍ଯ୍ୟନ୍ତ ମୋଟ ମାମଲା -1,87,62,976

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 2,97,540
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,53,84,418

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3498
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 2,08,330

ମୋଟ ଆକ୍ଟିଭ କେସ- ଏକତିରିଶି ଲକ୍ଷ 70 ହଜାର 228

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 29 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 28 କୋଟି 63 ଲକ୍ଷ 92 ହଜାର 086 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19,20,107 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ