ରାଜ୍ୟରେ ଚିହ୍ନଟ ହେଲେ 8015 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ଗ୍ରାଫ ଦିନକୁ ଦିନ ଉପରକୁ ବଢ଼ୁଅଛି । ଗତ କାଲି ଦଶ ହଜାରରୁ ଅଧିକ କରୋନା ସଂକ୍ରମିତଙ୍କ ସଂଖ୍ୟା ହୋଇଥିଲା ବେଳେ ଆଜି ଏହି ସଂଖ୍ୟା ଟିକେ ତଳକୁ ଖସିଅଛି । ରାଜ୍ୟରେ 8015 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 462622କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 8015 ଜଣଙ୍କ ମଧ୍ୟରୁ 4568 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 3447 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 462622 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 69453ଟି ଆକ୍ଟିଭ କେସ୍ ରହିଅଛି ଏବଂ 391048 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ