Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 4 ଲକ୍ଷ 14 ହଜାର ନୂଆ ମାମଲା, 3915 ମୃତ୍ୟୁ

ରାଜ୍ୟ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 4 ଲକ୍ଷ 14 ହଜାର 188 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3915 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ଲକ୍ଷ 31 ହଜାର 507 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 2 କୋଟି 14 ଲକ୍ଷ 91 ହଜାର 598କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 2 ଲକ୍ଷ 34 ହଜାର 083 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 76 ଲକ୍ଷ 12 ହଜାର 351 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 36 ଲକ୍ଷ 45 ହଜାର 164 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 6 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 29 କୋଟି 86 ଲକ୍ଷ 01 ହଜାର 699 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18 ଲକ୍ଷ 26 ହଜାର 490 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ