24 ଘଣ୍ଟାରେ ସାମ୍ନାକୁ ଆସିଲା 11 ହଜାରରୁ ଅଧିକ ନୂଆ କେସ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 11 ହଜାର 807 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 524207କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 11807 ଜଣଙ୍କ ମଧ୍ୟରୁ 6613 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 5194 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 524207 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 90335ଟି ଆକ୍ଟିଭ କେସ୍ ରହିଅଛି ଏବଂ 431658 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ