Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 3 ଲକ୍ଷ 48 ହଜାରରୁ ଅଧିକ ନୂଆ ମାମଲା, 4205 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପ୍ରତେକ ଦିନ ମୃତ୍ୟୁର ସଂଖ୍ୟା ରେକର୍ଡ ସ୍ତରରେ ବଢୁଅଛି । ଏହି ଭାଇରସ ଏପର୍ଯ୍ୟନ୍ତ ଅଢେଇ ଲକ୍ଷରୁ ଅଧିକ ଲୋକଙ୍କର ଜୀବନ ନେଇ ସାରିଲାଣି । ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 48 ହଜାର 421 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 4 ହଜାର 205 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ଲକ୍ଷ 55 ହଜାର 338 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 2 କୋଟି 33 ଲକ୍ଷ 40 ହଜାର 938କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 2 ଲକ୍ଷ 54 ହଜାର 197 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 93 ଲକ୍ଷ 82 ହଜାର 642 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 37 ଲକ୍ଷ 04 ହଜାର 099 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 11 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 30 କୋଟି 75 ଲକ୍ଷ 83 ହଜାର 991 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 83 ହଜାର 804 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ