ରାଜ୍ୟରେ ଚିହ୍ନଟ ହେଲେ 12 ହଜାରରୁ ଅଧିକ ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ଏହା ଦିନକୁ ଦିନ ତାର କାୟା ବିସ୍ତାର କରିବାରେ ଲାଗିଅଛି । ରାଜ୍ୟରେ ପୁଣି 12 ହଜାର 390 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 588687କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 12390 ଜଣଙ୍କ ମଧ୍ୟରୁ 6938 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 5452 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 588687 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 104016ଟି ଆକ୍ଟିଭ କେସ୍ ରହିଅଛି ଏବଂ 482345 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ