Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 3 ଲକ୍ଷ 26 ହଜାର ନୂଆ ମାମଲା, 3,890 ମୃତ୍ୟୁ

ରାଜ୍ୟ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 26 ହଜାର 098 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3 ହଜାର 890 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ଲକ୍ଷ 53 ହଜାର 299 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 3,26,098
ଏପର୍ଯ୍ୟନ୍ତ ମୋଟ ମାମଲା -2,43,72,907

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 3,53,299
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -2,04,32,898

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3,890
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 2,66,207

ମୋଟ ଆକ୍ଟିଭ କେସ- ଛତିଶି ଲକ୍ଷ 73 ହଜାର 802

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 31 କୋଟି 30 ଲକ୍ଷ 17 ହଜାର 193 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 16,93,093 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ