ରାଜ୍ୟରେ ଚି଼ହ୍ନଟ ହେଲେ 12 ହଜାର 523 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 668422

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ସଂକ୍ରମିତଙ୍କ ସଂଖ୍ୟା କେବେ ଦଶ ହଜାର ଉପରେ ତ କେବେ ଏଗାର ହଜାର ଉପରେ ରହୁଅଛି । ଏହି କ୍ରମରେ ଆଜି ବାର ହଜାର ଉପରେ ସଂକ୍ରମିତଙ୍କ ସଂଖ୍ୟା ରହିଅଛି । ରାଜ୍ୟରେ 24 ଘଣ୍ଟାରେ ଚି଼ହ୍ନଟ ହେଲେ 12 ହଜାର 523 କରୋନା ପଜିଟିଭ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା 668422କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 12523 ଜଣଙ୍କ ମଧ୍ୟରୁ 7012 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 5511 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 668422 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 109438ଟି ଆକ୍ଟିଭ କେସ୍ ରହିଅଛି ଏବଂ 556501 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ