ରାଜ୍ୟରେ ଚି଼ହ୍ନଟ ହେଲେ 9541 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ 24 ଘଣ୍ଟାରେ ଚି଼ହ୍ନଟ ହେଲେ 9 ହଜାର 541 କରୋନା ପଜିଟିଭ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା 756684କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 9541 ଜଣଙ୍କ ମଧ୍ୟରୁ 5343 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 4198 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 756684 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 95266ଟି ଆକ୍ଟିଭ କେସ୍ ରହିଅଛି ଏବଂ 658646 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ