Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 80 ହଜାରରୁ ଅଧିକ ନୂଆ ମାମଲା, 3303 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଗ୍ରାଫ ଏବେ ଲଗାତାର କମିବାରେ ଲାଗିଅଛି । ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 80 ହଜାର 834 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3 ହଜାର 303 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 32 ହଜାର 069 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 2 କୋଟି 94 ଲକ୍ଷ 39 ହଜାର 989କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 3 ଲକ୍ଷ 70 ହଜାର 384 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 80 ଲକ୍ଷ 43 ହଜାର 446 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 10 ଲକ୍ଷ 26 ହଜାର 159 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 12 ଜୁନ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 37 କୋଟି 81 ଲକ୍ଷ 32 ହଜାର 484 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 00 ହଜାର 312 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ