ରାଜ୍ୟରେ ଚିହ୍ନଟ ହେଲେ 3535 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 863061

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । ରାଜ୍ୟରେ 3 ହଜାର 535 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 863061କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 3535 ଜଣଙ୍କ ମଧ୍ୟରୁ 2016 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1519 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 863061 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 47796ଟି ଆକ୍ଟିଭ କେସ୍ ରହିଅଛି ଏବଂ 811780 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ