Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 62 ହଜାରରୁ ଅଧିକ ନୂଆ ମାମଲା, 1587 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଗ୍ରାଫ ଏବେ ଲଗାତାର କମିବାରେ ଲାଗିଅଛି । ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 62 ହଜାର 480 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1 ହଜାର 587 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 88 ହଜାର 977 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 2 କୋଟି 97 ଲକ୍ଷ 62 ହଜାର 793କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 3 ଲକ୍ଷ 83 ହଜାର 490 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 85 ଲକ୍ଷ 80 ହଜାର 647 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 7 ଲକ୍ଷ 98 ହଜାର 656 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 17 ଜୁନ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 38 କୋଟି 71 ଲକ୍ଷ 67 ହଜାର 696 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 29 ହଜାର 476 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ