Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 48 ହଜାରରୁ ଅଧିକ ନୂଆ ମାମଲା, 1183 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ପଜିଟିଭ ସଂଖ୍ୟା ଏବେ କମିବାକୁ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 48 ହଜାର 698 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1183 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 64 ହଜାର 818 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 01 ଲକ୍ଷ 83 ହଜାର 143କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 3 ଲକ୍ଷ 94 ହଜାର 493 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଦୁଇ କୋଟି 91 ଲକ୍ଷ 93 ହଜାର 085 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 5 ଲକ୍ଷ 95 ହଜାର 565 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 25 ଜୁନ୍ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 40 କୋଟି 18 ଲକ୍ଷ 11 ହଜାର 892 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 17 ଲକ୍ଷ 45 ହଜାର 809 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ