Coronavirus: 24 ଘଣ୍ଟାରେସାମ୍ନାକୁ ଆସିଲା 46 ହଜାର ନୂଆ କେସ, 979 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 46 ହଜାର 148 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 979 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 58 ହଜାର 578 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 02 ଲକ୍ଷ 79 ହଜାର 331କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 3 ଲକ୍ଷ 96 ହଜାର 730 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 93 ଲକ୍ଷ 09 ହଜାର 607 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 5 ଲକ୍ଷ 72 ହଜାର 994 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 27 ଜୁନ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 40 କୋଟି 63 ଲକ୍ଷ 71 ହଜାର 279 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 15 ଲକ୍ଷ 70 ହଜାର 515 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ