ରାଜ୍ୟରେ ଚିହ୍ନଟ ହେଲେ 3087 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 912887

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । ଏହା କେବେ ତିନି ହଜାର ତଳକୁ ତ ଆଉ କେବେ ତିନି ହଜାର ଉପରକୁ ରହୁଅଛି । ରାଜ୍ୟରେ 24 ଘଣ୍ଟାରେ 3 ହଜାର 087 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 912887କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 3087 ଜଣଙ୍କ ମଧ୍ୟରୁ 1775 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1312 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 912887 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 31231ଟି ଆକ୍ଟିଭ କେସ୍ ରହିଅଛି ଏବଂ 877540 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ