ରାଜ୍ୟରେ କମୁଛି ସଂକ୍ରମଣ, 24 ଘଣ୍ଟାରେ ଚି଼ହ୍ନଟ ହେଲେ 2 ହଜାର 803 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାକୁ ଲାଗି ଅଛି । ସଂଖ୍ୟାର କଥା କହିବା ତ ଏହା ପିକ ସମୟରେ ବାର ହଜାର ଉପରେ ଟ୍ରେଣ୍ଡ କରୁଥିଲା । ଏହା ଏବେ କମି କମି ତିନି ହଜାର ଭିତରେ ରହୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ ଚି଼ହ୍ନଟ ହେଲେ 2 ହଜାର 803 କରୋନା ପଜିଟିଭ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା 924699କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2803 ଜଣଙ୍କ ମଧ୍ୟରୁ 1597 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1206 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 924699 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 29620ଟି ଆକ୍ଟିଭ କେସ୍ ରହିଅଛି ଏବଂ 890778 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ