24 ଘଣ୍ଟାରେ ଚି଼ହ୍ନଟ ହେଲେ 2487 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 927186

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ କମିବାକୁ ଲାଗି ଅଛି । ଏହା ଆଜି ମଧ୍ୟ ତିନି ହଜାର ତଳକୁ ରହିଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ ଚି଼ହ୍ନଟ ହେଲେ 2 ହଜାର 487 କରୋନା ପଜିଟିଭ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା 927186କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2487 ଜଣଙ୍କ ମଧ୍ୟରୁ 1428 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1059 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 927186 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 28730ଟି ଆକ୍ଟିଭ କେସ୍ ରହିଅଛି ଏବଂ 894104 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ